www.samajalive.in
Saturday, December 6, 2025
14.1 C
Bhubaneswar

ପୁରୀ-ସାଗରଦ୍ଵୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ ‘ଦାନା’

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବ। ବାତ୍ୟା ‘ଦାନା’ ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ଵୀପ ମଧ୍ୟରେ କୌଣସି ଏକ ସ୍ଥାନରେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ଜାରି କରିଥିବା ଗତିପଥରୁ ସ୍ପଷ୍ଟ ହେଉଛି।

ସୋମବାର ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିଛି। ମଙ୍ଗଳବାର ଏହା ଅବପାତରେ ପରିଣତ ହେବ। ୨୩ ତାରିଖରେ ଅବପାତଟି ବାତ୍ୟାରେ ପରିଣତ ହେବ। ୨୪ ତାରିଖ ମଧ୍ୟରାତ୍ରି କିମ୍ବା ୨୫ ତାରିଖ ସକାଳେ ଏହା ସ୍ଥଳଭାଗ ଛୁଇଁବ। ତେବେ ଲଘୁଚାପ ଅବପାତରେ ପରିଣତ ହେବା ପରେ ଏହାର ଗତିପଥ ଅଧିକ ସ୍ପଷ୍ଟ ହୋଇପାରିବ ଏବଂ କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଜଣାପଡ଼ିବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।

- Advertisement -

ବର୍ତ୍ତମାନର ଆକଳନ ଅନୁସାରେ, ଲଘୁଚାପ କ୍ଷେତ୍ର ସ୍ଥଳ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ୨୨ ତାରିଖ ସକାଳ ସୁଦ୍ଧା ଅବପାତରେ ରୂପାନ୍ତରିତ ହେବ। ୨୩ ତାରିଖରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଘୂର୍ଣ୍ଣିଝଡ଼ ବା ବାତ୍ୟା ରୂପ ନେବ। ଏହା ପରେ ବାତ୍ୟା ଉତ୍ତର-ପଶ୍ଚିମ ଆଡକୁ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟବର୍ତ୍ତୀ ହେବ। ଏହା ପରେ ଉତ୍ତର-ପଶ୍ଚିମ ଦିଗକୁ ଅଗ୍ରସର ହେବ। ୨୪ ତାରିଖ ମଧ୍ୟରାତ୍ରି କିମ୍ବା ୨୫ ତାରିଖ ସକାଳେ ବାତ୍ୟାଟି ଭୀଷଣ ବାତ୍ୟା ରୂପ ନେଇ ପୁରୀ ଏବଂ ସାଗରଦ୍ଵୀପ ମଧ୍ୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିମି ମଧ୍ୟରେ ରହିବ। ବେଳେବେଳେ ଏହା ୧୨୦ କିଲୋମିଟର ଛୁଇଁପାରେ ବୋଲି ଆକଳନ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories