www.samajalive.in
Saturday, December 6, 2025
15.1 C
Bhubaneswar

ଗୁଜୁରାଟ ମୁହାଁ ଶକ୍ତି: ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର : ଚଳିତ ମାସ ଶେଷ ସପ୍ତାହ ବେଳକୁ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଗୋଟିଏ ଆରବ ସାଗରରେ ସୃଷ୍ଟି ହୋଇ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ଥିବାବେଳେ ଅନ୍ୟଟି ବଙ୍ଗୋପସାଗରରେ ସୃଷ୍ଟି ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ସେ କହିଛନ୍ତି, ବିଭିନ୍ନ ମଡେଲରୁ ଜଣାପଡୁଛି, ମେ’ ୨୩ରେ କେନ୍ଦ୍ରୀୟ-ପୂର୍ବ ଆରବ ସାଗରରେ ମହାରାଷ୍ଟ୍ର ଉପକୂଳର କିଛି ଦୂରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇ କ୍ରମଶଃ ଘନୀଭୂତ ହୋଇ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ୨୫ରେ ବାତ୍ୟା ‘ଶକ୍ତି’ ପରିଣତ ହୋଇ ୨୭ରେ ଭୀଷଣ ବାତ୍ୟାର ରୂପ ନେଇପାରେ। ପ୍ରାୟତଃ ୨୯ତାରିଖରେ ଗୁଜରାଟ ଉପକୂଳ ଛୁଇଁପାରେ ସମ୍ଭାବ୍ୟ ବାତ୍ୟା । ଅନ୍ୟଟି କେନ୍ଦ୍ରୀୟ-ପୂର୍ବ ବଙ୍ଗୋପସାଗର ଏବଂ ଥାଇଲାଣ୍ଡ ଉପକୂଳ ନିକଟରେ ୨୭ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୨୮ରେ ଲଘୁଚାପରେ ପରିଣତ ହେବାକୁ ଥିବାବେଳେ ୨୯ରେ ଅବପାତ ରୂପ ନେଇପାରେ। ବର୍ତ୍ତମାନ ବିଭିନ୍ନ ମଡେଲଗୁଡ଼ିକର ଆକଳନ କହୁଛି, ମେ’ ୨୯ ଓ ୩୦ ତାରିଖ ସୁଦ୍ଧା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଛୁଇଁପାରେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories