www.samajalive.in
Sunday, December 14, 2025
19.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ପ୍ରଭାବ: ୨୫ରୁ ବଢିବ ପବନର ବେଗ

ଭୁବନେଶ୍ୱର: ବଙ୍ଗୋପସାଗରରେ ବାତ୍ୟା ହେବାର ସମ୍ଭାବନା ରହିଛି । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ଫଳରେ ବାତ୍ୟା ହେବା ନେଇ ଆଶଙ୍କା ବୃଦ୍ଧି ପାଇଛି । ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନର ରହିଛି । ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତରେ ପରିଣତ ହେବା ନେଇ ଆକଳନ କରାଯାଇଛି।
ସେପଟେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୫ ତାରିଖରୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ପବନର ବେଗ ବଢିବ।୨୫ ସନ୍ଧ୍ୟାରୁ ପବନର ଘଣ୍ଟା ପ୍ରତି ବେଗ ୫୦ରୁ ୬୦ କିଲୋମିଟର ରହିବା ନେଇ ସୂଚନା ରହିଛି। ୨୬ ତାରିଖ ସକାଳୁ ପବନର ବେଗ ୬୦ରୁ ୭୦ କିଲୋମିଟରରେ ରହି ସର୍ବାଧିକ ୮୦ କିଲୋମିଟର ହେବ। ୨୭ ତାରିଖ ସକାଳୁ ସର୍ବାଧିକ ୧୦୦ କିଲୋମିଟର ପବନର ବେଗ ରହିପାରେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories