www.samajalive.in
Monday, December 8, 2025
27.1 C
Bhubaneswar

ଭୀଷଣ ବାତ୍ୟାର ରୂପ ନେବ ‘ଦାନା’!

ସମାଜ ଡିଜିଟାଲ ଡେସ୍କ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ତାରିଖରେ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ପାରାଦ୍ୱୀପ-ବାଲେଶ୍ୱର ମଧ୍ୟରେ ଛୁଇଁପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏନେଇ ଏକ ଗ୍ରାଫିକ୍ସ ଚିତ୍ର ଜାରି କରାଯାଇଛି। ତେବେ ଲଘୁଚାପ ଅବପାତରୋ ପରିଣତ ହେବା ପରେ କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି। ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ ଆକଳନ ହୋଇଛି। ତେବେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସଜାଗ ରହିଛନ୍ତି ରାଜ୍ୟ ସରକାର। ବାତ୍ୟା ମୁକାବିଲା ପାଇଁ ଘନ ଘନ ବୈଠକ ବସୁଛି। ସମସ୍ତ ପ୍ରତିକୂଳ ପରିସ୍ଥିତିର ମୁକାବିଲା କରିବା ସହିତ ଜିରୋ କାଜୁଆଲିଟିକୁ ସରକାର ଗୁରୁତ୍ୱ ଦେଉଛନ୍ତି। କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ୨୩ ତାରିଖରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories