ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ମୁଖ୍ୟ ଶାସନ ସଚିବ ଡାକିଲେ ବୈଠକ। ଆଜି ଅପରାହ୍ନ ୫ଟାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ବୈଠକରେ ଏସିଆରସିଙ୍କ ସମେତ ଉପସ୍ଥିତ ରହିବେ ବରିଷ୍ଠ ଅଧିକାରୀ। ଏହାସହ ଅର୍ଥ,ଗୃହ,ପଞ୍ଚାୟତିରାଜ ସଚିବ ମଧ୍ୟ ଉପସ୍ଥିତ ରହିବେ।
ସୂଚନା ଯୋଗ୍ୟ,ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ-ପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଜଣାପଡ଼ିଛି।ଆଗାମୀ ୨୪ ଘଣ୍ଟା ମଧ୍ୟରେ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।
ବାତ୍ୟା ମୁକାବିଲା ପାଇଁ ବୈଠକ ଡାକିଲେ ମୁଖ୍ୟ ଶାସନ ସଚିବ
Popular Categories



