www.samajalive.in
Monday, December 15, 2025
24.1 C
Bhubaneswar

ଆସୁଛି ‘ଦାନା’: ପ୍ରବଳ ବର୍ଷିବ, ୧୨୦ କିମି ବେଗରେ ପବନ ବହିବ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୩ ତାରିଖରେ ବାତ୍ୟା ହେବ। ଏହା ଏକପ୍ରକାର ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ ସୋମବାର ଏହା ଲଘୁଚାପରେ ପରିଣତ ହେବ। ଏହା ପରେ ପର୍ଯ୍ୟାୟକ୍ରମେ ଅବପାତ ଏବଂ ବାତ୍ୟାର ରୂପ ନେବ। ବାତ୍ୟାର ନାଁ ରଖାଯାଇଛି ‘ଦାନା’। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ବାତ୍ୟାର ଗତିପଥ କ’ଣ ରହିବ ଏବଂ କେଉଁଠି ସ୍ଥଳଭାଗ ଛୁଇଁବ ତାହା ଜଣାପଡ଼ିବ ବୋଲି କହିଛି ପାଣିପାଗ ବିଭାଗ। ପ୍ରାଥମିକ ଆକଳନ ଅନୁସାରେ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ମୁହାଁ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଦାନା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ବାତ୍ୟା ସମୟରେ ସ୍ଥଳଭାଗରେ ଘଣ୍ଟାପ୍ରତି ୧୦୦ରୁ ୧୨୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

- Advertisement -

ବର୍ତ୍ତମାନ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ୨୨ ତାରିଖରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖ ସକାଳେ ଅବପାତ ଅଧିକ ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ। ଏହା ଫଳରେ ୨୩ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ବର୍ଷା ପରିମାଣ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କେତେକ ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ଏବଂ ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହୋଇପାରେ ବୋଲି କୁହାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories