www.samajalive.in
Monday, December 8, 2025
13.1 C
Bhubaneswar

ବଙ୍ଗୋପସାଗରରେ ଗଭୀର ଅବପାତ; ୩ଘଣ୍ଟା ସତର୍କ ରୁହନ୍ତୁ

ଭୁବନେଶ୍ୱର: ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇଛି। ବର୍ତ୍ତମାନ ଗଭୀର ଅବପାତ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଥିବା ବେଳେ ମଧ୍ୟାହ୍ନରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଲାଗି ରହିବ। ପୁରୀଠାରୁ ୧୧୦ କି.ମି, ଗୋପାଳପୁରଠାରୁ ୧୫୦ ଓ ପାରାଦୀପଠାରୁ ୧୬୦ କି.ମି ଦୂରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୩ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ସୁବର୍ଣ୍ଣପୁର, କଳାହାଣ୍ଡି, ବଲାଙ୍ଗୀର ଓ ଗଜପତି ଜିଲାକୁ ସତର୍କତା ଜାରି କରାଯାଇଛି। ଏଥିସହ ଖୋର୍ଦ୍ଧା, ପୁରୀ ସମେତ ୧୬ଜିଲା ପାଇଁ ହଳଦିଆ ସତର୍କତା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ସମସ୍ତ ଜିଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories