www.samajalive.in
Friday, December 5, 2025
27.1 C
Bhubaneswar

ବାତ୍ୟା ମନ୍ଥା ପାଇଁ ୩ ରାଜ୍ୟରେ ରେଡ ଆଲର୍ଟ

ନୂଆଦିଲ୍ଲୀ: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର ପୂର୍ବରେ ରହିଛି । ବାତ୍ୟା ଦକ୍ଷିଣ ଭାରତର ଉପକୂଳ ମୁହାଁ ହୋଇଥିବା ବେଳେ ଗୁଜୁରାଟ ନିକଟରେ ଏହା ବାଙ୍କି ପାରେ । ତେଣୁ ଆଗାମି ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଜିଲାଗୁଡିକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଆନ୍ଧ୍ରପ୍ରଦେଶ, ଓଡ଼ିଶା ଏବଂ ତାମିଲନାଡୁ ରାଜ୍ୟକୁ ରେଡ ଆଲର୍ଟ ଜାରି କରିଛି ଆଇଏମଡି । କର୍ଣ୍ଣାଟକ, କେରଳ, ତେଲେଙ୍ଗାନା, ମଧ୍ୟପ୍ରଦେଶଳ ଛତିଶଗଡ, ଝାଡଖଣ୍ଡ, ବିହାର, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଗତ ତିନି ଘଣ୍ଟାରେ ମନ୍ଥା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ୧୬ କିମି ବେଗରେ ଗତି କରିଛି ।

 

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories