www.samajalive.in
Saturday, December 13, 2025
14.1 C
Bhubaneswar

କରୋନା ସଙ୍କଟ ସମୟରେ ବାତ୍ୟାର ଭୟ !

ଭୁବନେଶ୍ୱର : ଏବେ କରୋନା ସଙ୍କଟ ସମୟ ଦେଇ ରାଜ୍ୟ ଗତି କରୁଥିବା ବେଳେ ଆଉ ଏକ ବିପଦ ଓଡିଶା ଉପରକୁ ଆସୁଛି। ଓଡିଶା ପାଇଁ ବାତ୍ୟାର ଭୟ ରହିଛି। ଚଳିତ ବର୍ଷ ମେ’ରେ ଏହି ବାତ୍ୟା ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହା ଫନି ପରି ଭୟଙ୍କର ହୋଇପାରେ ବୋଲି ମଧ୍ୟ କୁହାଯାଉଛି ।

ମେ’ ୧ ରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ।

- Advertisement -

ପୁଣେ ସ୍ଥିତ Indian Institute of Tropical Metrology (IITM) , ଓ ଆମେରିକାର Global Forecast System (GFS)ର ସୂଚନା ଅନୁଯାୟୀ, ଏହି ସାଇକ୍ଲୋନିକ ସିଷ୍ଟମ ଭାରତୀୟ ଉପକୂଳ ଆଡକୁ ମୁହାଁଇ ମିଆଁମାର ଏବଂ ବାଂଲାଦେଶ ସୀମା ଆଡକୁ ଗତି କରିବ ବୋଲି ପୂର୍ବାନୁମାନ କରାଯାଉଛି ।

ଏହି ପୂର୍ବାନୁମାନରୁ ଜଣାପଡିଛି ଯେ, ଏହି ସାଇକ୍ଲୋନିକ ସିଷ୍ଟମ ପାଖାପାଖି ମେ’ ୪-୫ ଆଡକୁ ମିଆଁମାର-ବାଂଲାଦେଶରେ ଲ୍ୟାଣ୍ଡଫଲ କରିପାରେ ।
IITM ମଡେଲର ପୂର୍ବାନୁମାନଯାୟୀ, ମେ ୧ ରେ ଆଣ୍ଡାମାନ ସାଗର ନିକଟରେ ସାଇକ୍ଲୋନେଜେନେସିସ୍ ହେବାର ପ୍ରାୟ ୪୦ ପ୍ରତିଶତ ସମ୍ଭାବନା ରହିଛି ଏବଂ ଏହା ଧୀରେଧୀରେ ମିଆଁମାର-ବାଂଲାଦେଶ ସୀମା ଆଡକୁ ଗତି କରିପାରେ ।

ସେହିପରି, ଆମେରିକାର National Oceanic and Atmospheric Sciences’ (NOAA) Global Forecast System (GFS)ର ପୂର୍ବାନୁମାନଯାୟୀ, ଏପ୍ରିଲ୍ ୩୦ ରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ଦକ୍ଷିଣ ପୂର୍ବରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହାପରେ ମେ ୧ରେ ଏହି ସାଇକ୍ଲୋନିକ ସିଷ୍ଟମଆଣ୍ଡାମାନ ଓ ନିକୋବର ଦେଇ ଗତି କରିବ

Hot this week

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

Related Articles

Popular Categories