www.samajalive.in
Saturday, December 6, 2025
14.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ମୁକାବିଲା: ଆଜି ୧୧ଟାରେ ଜରୁରୀ ବୈଠକ

ଭୁବନେଶ୍ଵର: ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମଙ୍ଗଳବାର ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୩ ତାରିଖରେ ବାତ୍ୟାର ରୂପ ନେବ ଏବଂ ୨୪ ତାରିଖ ସକାଳେ ଏହା ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବା ନେଇ ସୂଚନା ରହିଛି। ଏହାର ପ୍ରଭାବରେ ୨୩ ତାରିଖରୁ ଓଡିଶାରେ ପ୍ରବଳ ବର୍ଷା ହେବ। ତେଣୁ ସମ୍ଭାବ୍ୟ ବାତ୍ୟା ଦାନାର ମୁକାବିଲା ଲାଗି ସରକାର ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ଆଜି ଦିନ ୧୧ଟାରେ ମୁଖ୍ୟ ସଚିବ ଏକ ଜରୁରୀ ବୈଠକ ଡାକିଛନ୍ତି।  ଏସଆରସିଙ୍କ କାର୍ଯ୍ୟାଳୟରେ ହେବାକୁ ଥିବା ଏ​‌ହି ବୈଠକରେ ଏସଆରସି ଏବଂ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ।  ଏବଂ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକର ଜିଲ୍ଲାପାଳମାନେ ଭିସିରେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories