www.samajalive.in
Sunday, December 7, 2025
16.1 C
Bhubaneswar

ଗତ ୨୪ ଘଣ୍ଟାରେ ୧,୯୬,୪୨୭ କରୋନା ସଂକ୍ରମିତ; ଦିନକରେ ୩୫୧୧ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦୀର୍ଘ ଏକମାସ ମଧ୍ୟରେ ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି। କଡାକଡି ତାଲାବନ୍ଦ ସହିତ ସଂକ୍ରମିତଙ୍କୁ ଚିହ୍ନଟ ଓ ନମୁନା ପରୀକ୍ଷାକୁ ବ୍ୟାପକ କରାଯିବା ତଥା ଟିକାକରଣରୁ ସୁଫଳ ମିଳୁଥିବା ଚିକିତ୍ସା ବିଶେଷଜ୍ଞମାନେ ମତ ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୬,୪୨୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୬୯,୪୮,୮୭୪କୁ ବୃଦ୍ଧିପାଇଛି। ଏଥିସହିତ ୨୪ ଘଣ୍ଟା ମଧ୍ୟରେ ୩୫୧୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଭାରତରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୦୭,୨୩୧ରେ ପହଞ୍ଚିଛି। ଇତିମଧରେ ଦେଶରେ ୨,୪୦,୫୪,୮୬୧ ଜଣ କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ଏହାଦ୍ୱାରା ଦେଶରେ ୨୫,୮୬,୭୮୨ ଜଣ ସକ୍ରିୟ ସଂକ୍ରମିତ ରହିଥିବା ଜଣାଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories