ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ପାର ହୋଇଥିବାବେଳେ ଦୈନିକ ଆକ୍ରାନ୍ତ ସଂଖ୍ୟା ୧୧ ହଜାର ଅତିକ୍ରମ କରିଛି। ଶନିବାର ସକାଳ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୮ ହଜାର ୯୯୩କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୧୧ ହଜାର ୪୫୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୩୮୬ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୮୮୪ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଟପିଯାଇଛି। ଏବେ ସୁଦ୍ଧା ଏହି ରାଜ୍ୟରେ ୧ ଲକ୍ଷ ୧ ହଜାର ୧୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୭୧୭ ଜଣଙ୍କ ମୃତ୍ୟୁ ଘଟିଛି।
ଦେଶରେ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୫୪ ହଜାର ହଜାର ୩୩୦ ଜଣ ସୁସ୍ଥ ହୋଇଥିବାବେଳେ ୧ ଲକ୍ଷ ୪୫ ହଜାର ୭୭୯ ଜଣ ସକ୍ରିୟ ଆକ୍ରାନ୍ତ ଥିବା କୁହାଯାଇଛି। ଆରୋଗ୍ୟ ହାର ବୃଦ୍ଧି ପାଉଥିବାରୁ ଏହା ଅଶ୍ଵସ୍ତିକର ବିଷୟ ହୋଇଛି।



