www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ବଢିଲା ସଂକ୍ରମଣ; ୯୧୯୫ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କୋଭିଡର ତୃତୀୟ ଲହର ଆସିବା ଏବଂ ଫେବ୍ରୁଆରୀରେ ଏହା ଶିଖର ଛୁଇଁବା ନେଇ କେତେକ ସ୍ୱାସ୍ଥ୍ୟ ବିଶେଷଜ୍ଞ ସତର୍କ କରାଇଦେଇଥିବାବେଳେ ଦେଶରେ ପୁଣି ଦୈନିକ ସଂକ୍ରମଣ ସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୧୯୫ ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହି ସମୟ ମଧ୍ୟରେ ୭୩୪୭ ଜଣ ସୁସ୍ଥ ହୋଇଛନ୍ତି। କୋଭିଡରୁ ଆରୋଗ୍ୟ ହାର ୯୮.୪୦% ରହିଛି। ଅନ୍ୟପକ୍ଷରେ ଦୈନିକ ସଂକ୍ରମଣ ହାର ୦.୭୯% ଏବଂ ସାପ୍ତାହିକ ହାର ୦.୬୮% ରହିଛି। ଏପର୍ଯ୍ୟନ୍ତ ଦେଶରେ ମୋଟ ୩,୪୨,୫୧,୨୯୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୭୭,୦୦୨ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି। ଦେଶରେ ଏଯାଏ ମୋଟ ୬୭.୫୨ କୋଟି ନମୁନା ପରୀକ୍ଷା କରାଯାଇଛି। ଏଥିସହିତ ୧୪୩.୧୫ କୋଟି ପାନ ଟିକା ଦିଆଯାଇସାରିଛି। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ନିକଟରେ ସଂପ୍ରତି ୧୬.୬୭ କୋଟି ପାନ ଟିକା ମହଜୁଦ ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories