www.samajalive.in
Sunday, December 7, 2025
23.1 C
Bhubaneswar

ଶ୍ରୀମନ୍ଦିରରେ ଦାନ ଦକ୍ଷିଣା ବନ୍ଦ ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟିରେ ନିଷ୍ପତ୍ତି

ପୁରୀ . – ବିଶ୍ୱ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ବା ଶ୍ରୀ ମନ୍ଦିର ଭିତରେ ଦାନ ଦକ୍ଷିଣା ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବା ପାଇଁ  ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ପରିସରରେ କୌଣସି ଦାନ ଥାଳୀ ବା ବାକ୍ସ  ରହିପାରିବ ନାହିଁ । ସେବାୟତମାନଙ୍କ ଦାନ ଦକ୍ଷିଣା ଶ୍ରୀମନ୍ଦର ଭିତରେ ସମ୍ପୂର୍ଣ୍ଣ ଭାବେ ବନ୍ଦ ହେବ ।  ଶନିବାରରେ ସୁପ୍ରିମ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରିଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି ।

ଶନିବାରରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ସୁପ୍ରିମ କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଗୋପାଳ ସୁବ୍ରମଣ୍ୟମଙ୍କ ଉପସ୍ଥିତିରେ  ଅଲୋଚନା ହୋଇଥିଲା ।  ସୁପ୍ରିମ କୋର୍ଟ ଦେଇଥିବା ୧୨ଟିରୁ ୯ଟି ସଂସ୍କାର ନିଷ୍ପତିକୁ ଲାଗୁ କରିବା ପାଇଁ ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ନେଇଛନ୍ତି ।

- Advertisement -

ଏହା ପୂର୍ବରୁ ଶ୍ରୀ ନହରରେ ଗୋପାଳ ସୁବ୍ରମଣ୍ୟମ ପୁରୀର ଗଜପତି ମହାରାଜା ଦିବ୍ୟସିଂହଙ୍କୁ ଭେଟି ଶ୍ରୀମନ୍ଦିରର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories