www.samajalive.in
Saturday, December 6, 2025
16.1 C
Bhubaneswar

ପାଗ ଖରାପ ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ କାର୍ଯ୍ୟକ୍ରମ ସ୍ଥଗିତ

ଭୁବନେଶ୍ଵର: ସାମୁଦ୍ରିକ ଝଡ଼ ‘ଦାନା’ ପ୍ରଭାବରେ ଉପକୂଳ ଓଡ଼ିଶାର ୩ଟି ଜିଲା ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଝଡ଼ ଯୋଗୁଁ ଗଛ ଓ ବିଜୁଳି ଭିତ୍ତିଭୂମି ବ୍ୟାପକ ନଷ୍ଟ ହୋଇଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଜିଲ୍ଲାରେ  ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଥିଲା। ମାତ୍ର ପାଗ ଖରାପ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ସେପଟେ ଏସଆରସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ କେଭି.ସିଂଦେଓ, ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ , ମୁଖ୍ୟ ସଚିବ, ଡିସି, ଏସଆରସି, କୃଷି ସଚିବ ପ୍ରମୁଖ ଉପସ୍ଥିତ ରହିଛନ୍ତି।

 

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories