www.samajalive.in
Sunday, December 7, 2025
26.1 C
Bhubaneswar

୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ପାଇଁ ଦରଖାସ୍ତ ଆହ୍ଵାନ

ଭୁବନେଶ୍ୱର :୩୫ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରଯୋଜକମାନେ ଆସନ୍ତା ୪ ଅକ୍ଟୋବର, ୨୦୨୫ (୦୪.୧୦.୨୦୨୫) ରିଖ ସୁଦ୍ଧା ଏଣ୍ଟ୍ରି ଫର୍ମ ସହ ଆବଶ୍ୟକ କାଗଜପତ୍ର ଓ ଚଳଚ୍ଚିତ୍ରର ସଫ୍ଟ୍ କପି (ପେନ୍‌ ଡ୍ରାଇଭ)କୁ ରେଜିଷ୍ଟର୍ଡ଼ ପୋଷ୍ଟ ,ସ୍ପିଡ଼ ପୋଷ୍ଟ , ପାର୍ସଲ ମାଧ୍ୟମରେ ବିଭାଗ ନିକଟରେ ଦାଖଲ କରିପାରିବେ।

୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ର ଗୁଡିକ ୦୧.୦୧.୨୦୨୩ ରିଖରୁ ୩୧.୧୨.୨୦୨୩ ରିଖ ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର  ପ୍ରାପ୍ତ ହୋଇଥିବା ଆବଶ୍ୟକ। ସେହିପରି ଭାବେ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ରଗୁଡିକ ୦୧.୦୧.୨୦୨୪ ରୁ ୩୧.୧୨.୨୦୨୪ ରିଖ ଅବଧି ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ।

- Advertisement -

ଓଡ଼ିଆ ଚଳଚ୍ଚିତ୍ର ଉପରେ ଓଡ଼ିଆ ,ଇଂରାଜୀ ଭାଷାରେ ଲିଖିତ ଶ୍ରେଷ୍ଠ ଲେଖା (Book/Monograph) ପାଇଁ ପୁରସ୍କାର ନିମନ୍ତେ ଆଗ୍ରହୀ ଲେଖକ ,ଲେଖିକାମାନେ ଆବେଦନ କରିବା ସହିତ Book/ମନଗ୍ରାଫ ଦଶ ଖଣ୍ଡ ନକଲ ତା ୪.୧୦.୨୦୨୫ ରିଖ ସୁଦ୍ଧା ରେଜିଷ୍ଟ୍ରର୍ଡ଼ ପୋଷ୍ଟ, ସ୍ପିଡ଼ ପୋଷ୍ଟ , ପାର୍ସଲ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିକଟରେ ଦାଖଲ କରିପାରିବେ।

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସମ୍ବନ୍ଧୀୟ ସବିଶେଷ ବିବରଣୀ ଓ ନିୟମାବଳୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୱେବସାଇଟ:culture.odisha.gov.in ରେ ଉପଲବ୍ଧ କରାଯାଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories