www.samajalive.in
Sunday, December 7, 2025
23.1 C
Bhubaneswar

ମଙ୍ଗଳବାର ସକାଳ ୧୦ଟାରୁ ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ

ପୁରୀ – ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତା ୨୩ ସେପ୍ଟେମ୍ବର (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ, ରାଜ୍ଯ ସରକାରଂକ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ, ସ୍ଥାନାନ୍ତର କରାଯିବ l

ଏଥିପାଇଁ ସେପ୍ଟେମ୍ବର ୨୩ ତାରିଖରେ, ସକାଳ ୧୦  ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ l ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ l

- Advertisement -

ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ l ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ l

ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିବେଦନ କରିଛନ୍ତି ।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories