www.samajalive.in
Monday, December 15, 2025
16.1 C
Bhubaneswar

୧୮ରେ ରତ୍ନଭଣ୍ଡାର ଯାଞ୍ଚ; ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆସନ୍ତା ୧୮ ତାରିଖରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଏଏସଆଇ। ଏହି କାରଣରୁ ସେହିଦିନ ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପାଇଁ ୧୮ ତାରିଖ ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ନିରୀକ୍ଷଣ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଜଗାଦର୍ଶନ କରିପାରିବେନି ଭକ୍ତ। ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଦର୍ଶନ ବନ୍ଦ ରହିବ। ସେହିଦିନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ତେବେ ଏହି ସମୟ ମଧ୍ୟରେ ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ବାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ ତାରିଖରେ ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ କରିବ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା(ଏଏସଆଇ)। ଏନେଇ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇଛି ଏଏସଆଇ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ପ୍ରାରମ୍ଭିକ ନୀରିକ୍ଷଣ ଏବଂ ଯାଞ୍ଚ ହେବ।

- Advertisement -

 

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories