www.samajalive.in
Friday, December 5, 2025
23.1 C
Bhubaneswar

ଯୁବକଙ୍କୁ ହତ୍ୟା କଲେ ମାଓବାଦୀ !

ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ କ୍ଷତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ଯୁବକଙ୍କ ମୃତଦେହ ମୁହଁ ତଳକୁ କରି ପଡ଼ିରହିଛି । ଖବର ପାଇ ଦଶପଲ୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ଗତ କିଛି ଦିନ ଧରି ଦଶପଲ୍ଲା ଅଞ୍ଚଳର ଚଢ଼େୟାପଲି ଜଙ୍ଗଲରେ ମାଓବାଦୀ ଥିବା ନେଇ ଚର୍ଚ୍ଚା ହେଉଛି। ତେଣୁ ଯୁବକଙ୍କୁ ମାଓବାଦୀମାନେ ହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି।

Hot this week

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

Related Articles

Popular Categories