www.samajalive.in
Friday, December 5, 2025
19.1 C
Bhubaneswar

ଯୁବକଙ୍କୁ ହତ୍ୟା କଲେ ମାଓବାଦୀ !

ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ କ୍ଷତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି।

ଯୁବକଙ୍କ ମୃତଦେହ ମୁହଁ ତଳକୁ କରି ପଡ଼ିରହିଛି । ଖବର ପାଇ ଦଶପଲ୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ଗତ କିଛି ଦିନ ଧରି ଦଶପଲ୍ଲା ଅଞ୍ଚଳର ଚଢ଼େୟାପଲି ଜଙ୍ଗଲରେ ମାଓବାଦୀ ଥିବା ନେଇ ଚର୍ଚ୍ଚା ହେଉଛି। ତେଣୁ ଯୁବକଙ୍କୁ ମାଓବାଦୀମାନେ ହତ୍ୟା କରିଥାଇପାରନ୍ତି ବୋଲି ଅନୁମାନ କରାଯାଉଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories