www.samajalive.in
Sunday, December 7, 2025
26.1 C
Bhubaneswar

ଗୁଳିମାଡ଼ରେ ଯୁବକ ମୃତ

ମାର୍ଶାଘାଇ : କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ମଣିକୁଣ୍ଡାଛକରେ ବୁଧବାର ଗୁଳିମାଡରେ଼ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗଗନ ସାହୁ (୩୩)। ଗଗନଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲ ନେବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗଗନ ମଣିକୁଣ୍ଡାରୁ କେନ୍ଦ୍ରାପଡ଼ା ଆସିବାବେଳେ ୨ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ୫ ରାଉଣ୍ଡ ଗୁଳି କରି ଫେରାର ହୋଇଯାଇଛନ୍ତି। ଗଗନଙ୍କ କାନ୍ଧ ଓ ଅନ୍ୟ କେତେକ ସ୍ଥାନରେ ଗୁଳି ବାଜିଛି। ସେ ଜଣେ ଔଷଧ ବ୍ୟବସାୟୀ ବୋଲି ଜଣାପଡ଼ିଛି। ପୂର୍ବ ଶତ୍ରୁତାରୁ ଏହି ଗୁଳିମାଡ଼ ହୋଇଛି ବୋଲି ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories