www.samajalive.in
Saturday, December 6, 2025
16.1 C
Bhubaneswar

ପ୍ଲାଣ୍ଟ ଅପରେଟରଙ୍କ ସନ୍ଦେହଜନକ ମୃତ୍ୟୁ

ହରଭଙ୍ଗା : ବୌଦ୍ଧ ଜିଲା ହରଭଙ୍ଗା ଥାନା ଅନ୍ତର୍ଗତ ଖରଭୁଇଁରେ ଏଆରଏସଏସ ପ୍ଲାଣ୍ଟରେ କାମ କରୁଥିବା ଜଣେ ପ୍ଲାଣ୍ଟ ଅପରେଟର ଧର୍ମେନ୍ଦ୍ର ଧଳ (୩୫)ଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କ ଘର ଯାଜପୁରରେ ଓ ସେ ୭ ରୁ ୮ ମାସ ହେବ ପ୍ଲାଣ୍ଟରେ ଜଣେ ଅପରେଟର ଭାବେ କାର୍ଯ୍ୟ କରୁଥିଲେ। ମିଳିଥିବା ସୂଚନାଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ପୁରୁଣାକଟକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଡ଼ାକ୍ତରଙ୍କ କହିବା ଅନୁଯାୟୀ, ଅତ୍ୟଧିକ ନିଶାସେବନ କାରଣରୁ ହୃଦଘାତ ହୋଇ ତାଙ୍କ ମୃତ୍ୟୁ ହୋଇଛି। ଖବର ପାଇ ହରଭଙ୍ଗା ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ବ୍ୟବଚ୍ଛେଦ ରିର୍ପୋଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୁଲିସ ସୂଚନା ଦେଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories