କଟକ : କଟକର ପାଇକରାୟପୁର ଅଞ୍ଚଳରେ ଥିବା ତେଲି ସାହିରୁ ସୋମବାର ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ ମିଳିପାରି ନାହିଁ।
ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ତେଲି ସାହିର ଏକ ଘରେ ସ୍ଥାନୀୟଲୋକେ ଯୁବକଙ୍କ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ରିର୍ପୋଟ ଆସିବା ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ଠାରୁ ସୂଚନା ମିଳିଛି।
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ସନ୍ଦେହ
Popular Categories



