www.samajalive.in
Saturday, December 13, 2025
26.1 C
Bhubaneswar

ସାପ କାମୁଡ଼ାରେ ନାବାଳିକା ମୃତ

ବଣାଇ : ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର ହଳଦୀକୁଦର ଗ୍ରାମପଞ୍ଚାୟତ ଅନ୍ତର୍ଗତ ହଳଦୀକୁଦର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସାପ କାମୁଡ଼ାରେ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ନାବାଳିକା ହେଲେ ଦାନସାର ମୁଣ୍ଡାଙ୍କ ଝିଅ ଅନିତା ମୁଣ୍ଡା (୫)। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ରାତିରେ ଅନିତା ଶୋଇଥିଲେ। ମାତ୍ର ଭୋର ସମୟରେ ତାଙ୍କୁ ଏକ ସାପ କାମୁଡ଼ି ଦେଇଛି ବୋଲି ସେ ନିଜ ବାପା ମା’ଙ୍କୁ ଜଣାଇଥିଲା। ଧିରେ ଧିରେ ଅନିତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ତାଙ୍କୁ ବଣାଇ ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ମାତ୍ର ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories