www.samajalive.in
Thursday, December 11, 2025
14.1 C
Bhubaneswar

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ବେଲପଶି ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବେଲପଶି ଗାଁରେ ଥିବା ନିଜ ଶ୍ୱଶୁର ଘରକୁ ଆସିଥିବା ଜଣେ ଯୁବକର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ପଡ଼ୋଶୀ ମୟୂରଭଞ୍ଜ ଜିଲା ରରୁଆଁ ଥାନା ଆଦିପୁର ଗ୍ରାମର ଉମେଶ ଦାସ (୩୫) ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଗତ ଦୁଇ ଦିନ ତଳେ ଉମେଶ  ନିଜ ଶ୍ୱଶୁର ଘରକୁ ବୁଲିବାକୁ ଆସିଥିଲେ। ମାତ୍ର ଆଜି ସକାଳ ସମୟରେ ସ୍ଥାନୀୟଲୋକେ ଉମେଶଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହା ହତ୍ୟା କି ଆତ୍ମ ହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ତେବେ ଉମେଶ ସାମାନ୍ୟ ମାନସିକ ବିକୃତ ଥିବା ଜଣାପଡ଼ିଛି। ବ୍ୟବଚ୍ଛେଦ ରିର୍ପୋଟ ଆସିବା ପରେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ଠାରୁ ସୂଚନା ମିଳିଛି।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories