www.samajalive.in
Saturday, December 6, 2025
15.1 C
Bhubaneswar

ସାଂସଦ ଲଡୁ କିଶୋର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର : ଆସ୍କା ସାଂସଦ ଲଡ଼ୁ କିଶୋର ସ୍ୱାଇଁଙ୍କ ପରଲୋକ ଘଟିଛି । ମଙ୍ଗଳବାର ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସେ କିଡ଼ନୀ ରୋଗରେ ଆକ୍ରାନ୍ତ ଥିଲେ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ସୋମବାର ରାତିରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ରାତିରେ ତାଙ୍କର ପରଲୋକ ଘଟିଛି ।

ସେ ପ୍ରଥମେ ବ୍ଲକ ଚ୍ୟାୟାରମ୍ୟାନରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ବେଳେ ପରବର୍ତ୍ତି ସମୟରେ ବିଧାୟକ ଓ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ୨୦୦୪ ମସିହାରେ କବିସୂର୍ଯ୍ୟନଗର ବିଧାନସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୧୪ ମସିହାରେ ସେ ଆସ୍କା ଲୋକସଭା ଆସନରୁ ବିଜେଡ଼ି ସାଂସଦ ଭାବେ ନର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ଲୋକସଭାରେ ଶୋକ ପ୍ରସ୍ତାବ ଆଗତ କରାଯିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜରାଯାଇଛି।
ଲଡ଼ୁ କିଶୋରଙ୍କ ମରଶରୀରକୁ ତାଙ୍କ ପୈତୃକ ଗାଁ କବିସୂର୍ଯ୍ୟନଗରର ପଥରାକୁ ନିଆଯାଇଛି। ସେଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।
ତାଙ୍କ ବିୟୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories