www.samajalive.in
Monday, December 8, 2025
20.1 C
Bhubaneswar

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ଡ଼ାକ୍ତରଙ୍କ ନାଁରେ ମାମଲା ରୁଜୁ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲରେ ରବିବାର ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହେବା ସହ ଡ଼ାକ୍ତର ଓ ୨ଷ୍ଟାଫ୍‍ ନର୍ସଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି। ଚିକିତ୍ସାରେ ଅବହେଳା କରିବା କାରଣରୁ ଜଣେ ନାବାଳିକାର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିବା ସହ ଏହାର ପ୍ରତିବାଦରେ ମୃତଦେହକୁ କଲେଜ ଫାଟକ ସାମ୍ନାରେ ରଖି ଧାରଣାରେ ବସିଥିଲେ। ମୃତ ରୋଗୀର ପରିବାର ଲୋକଙ୍କୁ କ୍ଷତିପୂରଣ ଓ କାର୍ଯ୍ୟରେ ଅବହେଳା କରିଥିବା ଡ଼ାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ମୃତ ନାବାଳିକାଙ୍କ ସମ୍ପର୍କୀୟ ଦାବି କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିଥିଲା।
ସୂଚନା ଯୋଗ୍ୟ, ଚାନ୍ଦୁଆ ଥାନା ଅନ୍ତର୍ଗତ ଚାଲୁଣିଆ ଗ୍ରାମର ଜଣେ ନାବାଳିକାକୁ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଶନିବାର ରାତିରେ ଝିଅଟିର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା କାରଣରୁ ନାବଳିକାର ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories