www.samajalive.in
Sunday, December 7, 2025
23.1 C
Bhubaneswar

ଚିକିତ୍ସା ଅଭାବରୁ ଶିଶୁ ମୃତ୍ୟୁ ଅଭିଯୋଗ

ବୌଦ୍ଧ: ହରଭଙ୍ଗା ବ୍ଲକ ପୁରୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅଭାବରୁ ଜଣେ ଶିଶୁର ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ଶିଶୁଟିର ନାମ ତପସ୍ବିନୀ ଭୋକ୍ତା (୮)। ସୋମବାର ଦିନ ତପସ୍ବିନୀଙ୍କର ପେଟ ଯନ୍ତ୍ରଣା ହେବାରୁ ପରିବାର ଲୋକେ ତାଙ୍କୁ ରାତି ୨ଟାରେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ କେହି ଡାକ୍ତର ନଥିବାରୁ ତାଙ୍କର ଚିକିତ୍ସା କରାଯାଇ ପାରି ନଥିଲା। ତେବେ ଡାକ୍ତରଖାନାରେ ଭର୍ତ୍ତି କରାଇବାର ୨ଘଣ୍ଟା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଶିଶୁଟିର ମୃତ୍ୟୁ ପରେ ମଙ୍ଗଳବାର ସକାଳେ ପରିବାର ଲୋକେ ଓ ସ୍ଥାନୀୟ ଲୋକେ ଡାକ୍ତରଖାନାରେ ତାଲା ପକାଇ ଦେଇଥିଲେ।

ତେବେ ଉପଜିଲାପାଳ ଜ୍ୟୋତି ରଞ୍ଜନ ନାୟକ, ହରଭଙ୍ଗା ବିଡିଓ ରବିନ୍ଦ୍ର କୁମାର ଶତପଥି, ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ପ୍ରଦୀପ କୁମାର ନାୟକ, ବୌଦ୍ଧ ଜିଲା ଉପାଧ୍ୟକ୍ଷ ଅକ୍ରୁର ସେଠୀ ଘଟଣାସ୍ଥଳକୁ ଯାଇ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଇଥିଲେ। ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା କ୍ଷତିପୂରଣ ଦେବା ପରେ ପରିସ୍ଥିତ ନିୟନ୍ତ୍ରଣ ହୋଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories