www.samajalive.in
Monday, December 8, 2025
27.1 C
Bhubaneswar

ରାସ୍ତାରୁ ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

ପାରାଦୀପ : ପାରାଦୀପ ନେହେରୁ ବଙ୍ଗଳାରେ ରବିବାର ଏକ ଅମାନୁଷିକ କାଣ୍ଡ ଦେଖିବାକୁ ମିଳିଛି। ଦୁଇ ମାନସିକ ବିକୃତଙ୍କୁ କେହି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିଥିବା ଜଣାପଡ଼ିଛି। ଥାନା ଠାରୁ ମାତ୍ର ୧୦୦ ମିଟର ଦୂରରେ ଏହି ଦୁଇଟି ମୃତଦେହ ପଡ଼ିରହିଛି। ସୂଚନା ଅନୁଯାୟୀ, ଶନିବାର ପ୍ରାୟ ରାତି ୧୧ଟା ପର୍ଯ୍ୟନ୍ତ ଦୁଇ ଜଣଯାକ ମାର୍କେଟ କମ୍ପେ୍ଲକ୍ସରେ ବୁଲୁଥିବାର ବ୍ୟବସାୟୀ ମାନେ ଦେଖିଥିବା ପ୍ରକାଶ କରିଛନ୍ତି। ମାତ୍ର ସକାଳ ଜଣଙ୍କ ମୃତଦେହ ଥାନା ଠାରୁ ୧୦୦ ମିଟର ଦୂରରେ ମାର୍କେଟ କମ୍ପେ୍ଲକ୍ସ ନିକଟରେ ପଡ଼ିଥିବା ବେଳେ ଅନ୍ୟ ଜଣଙ୍କ ମୃତଦେହ ଥାନା ଠାରୁ ୫୦ ମିଟର ଦୂରରେ ଏକ ଜଙ୍ଗଲରେ ପଡ଼ିଥିବା ଜଣାପଡ଼ିଛି। ମେରାଇନ୍‍ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories