ନୟାଗଡ଼ : ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ତାଳବଣୀ ଗ୍ରାମର ଏକ ପୋଖରୀରୁ ବୁଧବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କୁ କେହି ହତ୍ୟା କରି ପୋଖରୀରେ ଫିଙ୍ଗି ଦେଇଥିବା ତାଙ୍କ ପରିବାର ତରଫରୁ ଅଭିଯୋଗ କରାଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳ ସମୟରେ ତାଳବଣୀ ଗ୍ରାମରେ ଥିବା ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଭାସୁଥିବାର ସ୍ଥାନୀୟ ଲୋକେ ଦେଖିଥିଲେ। ଘଟଣା ସମ୍ପର୍କରେ ପରିବାର ଲୋକେ ପୁଲିସକୁ ଜଣାଇଥିଲେ। ପୁଲିସ ମହିଳାଙ୍କ ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



