www.samajalive.in
Sunday, December 7, 2025
18.1 C
Bhubaneswar

ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ

କାମାକ୍ଷାନଗର : କାମାକ୍ଷାନଗର ଉପଖଣ୍ଡ ଭୁବନ ଥାନା ଅନ୍ତର୍ଗତ ଜାତୀୟରାଜପଥ ୫୩ ନୀଳମାଧବ ପେଟ୍ରୋଲ ପମ୍ପ ନିକଟରେ ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାଯାଇଛି । ମିଳିଥିବା ସୂଚନା ଅନୁସାରେ, ମୃତକ ହେଉଛନ୍ତି ଯାଜପୁର ଜିଲା ଦାନଗଦୀ ବ୍ଲକ ଅନ୍ତର୍ଗତ ଗୋଡିବନ୍ଧ ଗ୍ରାମର ବିଷୁ ଜେନା । କିଛି ଦିନ ହେବ ବିଷୁ ନିଜ ସ୍ତ୍ରୀ ଓ ୪ ସନ୍ତାନଙ୍କୁ ନେଇ ଶଶୁର ଘର ଭୁବନ ନଟାକଟା କଲୋନୀ ସାହିକୁ ଆସିଥିଲେ। ଗତକାଲି ସନ୍ଧ୍ୟାରେ ଏକ ସାଇକେଲ ଯୋଗେ ଭୁବନରୁ ବଜାର କାମ ସାରି ରାତି ନଅଟା ସମୟରେ ଶଶୁର ଘରକୁ ଫେରୁଥିଲେ। ନୀଳମାଧବ ପେଟ୍ରୋଲ ପମ୍ପରୁ ରାସ୍ତା ପାର ହୋଇ ନିଜ ବାମ ପଟରେ ଯାଉଥିବା ସମୟରେ ପଛପଟୁ ଏକ ଅଜଣା ଗାଡି ଚଢାଇ ଚାଲିଯାଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଚ୍ଛେଦ କରିଥିବା ଜଣାପଡ଼ିଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories