www.samajalive.in
Saturday, December 6, 2025
23.1 C
Bhubaneswar

ଜମିରୁ ମୃତଦେହ ଉଦ୍ଧାର

ଗଞ୍ଜାମ : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଣୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜମି ମଧ୍ୟରୁ ଏକ ମୃତଦେହ ଉଦ୍ଧାର ହୋଇଛି। ସୋମବାର ସକାଳୁ ସ୍ଥାନୀୟ ଲୋକମାନେ ଜମିକୁ ଯାଉଥିବା ସମୟରେ ମୃତଦେହକୁ ବିଲରେ ପଡ଼ିଥିବା ଦେଖିଥିବାର ସୂଚନା ମିଳିଛି। ମୃତକ ଜଣକ ସେହି ରାଣୀ ଗ୍ରାମର କାଳିଆ ଦାସ ବୋଲି ଜଣାପଡ଼ିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ତାଙ୍କୁ ହତ୍ୟା କରାଯାଇଥିବାର ଅନୁମାନ କରାଯାଉଛି। ତାଙ୍କ ମୁଣ୍ଡରେ ଜୋରରେ ଆଘାତ ହୋଇଥିବା ମଧ୍ୟ ଜଣାପଡ଼ିଛି। ଘଟଣାସ୍ଥଳରେ ପୁରୁଷୋତ୍ତମପୁର ପୁଲିସ ଓ ସାଇଣ୍ଟିଫିକ୍‍ ଟିମ୍‍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories