ମୋହନା : ଗଜପତି ଜିଲା ମୋହନା ରଣ୍ଡବା ପାତ୍ରବସା ଛକ ନିକଟ ଏକ ଗଛରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଛାତ୍ରୀ ଜଣକ ଡିସେମ୍ବର ୧୦ ତାରିଖରୁ ନିଖୋଜ ଥିଲେ ବୋଲି ତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ପୁଲିସ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କୁ ପାଇ ନଥିଲା। ବୁଧବାର ସକାଳେ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ମୃତଦେହ ମିଳିବା ପରେ ଛାତ୍ରୀଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବାର ସାଧାରଣରେ ଚର୍ଚ୍ଚା ହେଉଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।
Popular Categories



