www.samajalive.in
Saturday, December 6, 2025
23.1 C
Bhubaneswar

ରାସ୍ତାକଡ଼ରୁ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ସାହାରପଡା ବ୍ଲକ ବିଲା ଛକ ନିକଟ ବିଲା- ଉଦୟପୁର ରାସ୍ତା କଡରୁ ଜଣଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ଯୁମେଇଁ ଗ୍ରାମର ବିଭିଷଣ ନାଏକ। ତାଙ୍କ ମୁଣ୍ଡରେ ଗଭୀର କ୍ଷତ ହୋଇଥିବାବେଳେ ସେ ଗୁରୁବାର ସନ୍ଧ୍ୟାରୁ ଘରକୁ ଫେରି ନ ଥିଲେ । ତେବେ କେହି ଜଣେ ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ବିଭିଷଣ ବିଲା ଛକରେ ଏକ ହୋଟେଲରେ ମିସ୍ତ୍ରୀ ଭାବେ କାମ କରୁଥିଲେ। ଶୁକ୍ରବାର ଦିନ ତାଙ୍କ ମୃତଦେହ ରାସ୍ତା କଡ଼ରେ ପଡିଥିବା ଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପାଟଣା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories