ଢେଙ୍କାନାଳ : ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଗୁଣଦେଇ ଗ୍ରାମ ନିକଟରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ବୃଦ୍ଧ ଜଣଙ୍କ ସକାଳେ ଆମ୍ବ ତୋଳିବାକୁ ଯାଇଥିବା ବେଳେ ସେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀଟି ବୃଦ୍ଧଙ୍କୁ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ତେବେ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକମାନେ ଢେଙ୍କାନାଳର ୫୫ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିବା ଜଣାପଡିଛି।
Popular Categories



