www.samajalive.in
Monday, December 8, 2025
27.1 C
Bhubaneswar

ପଥରକ୍ୱାରୀ ପାଖ ଗାଡ଼ିଆରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ରେଙ୍ଗାଲି: କତରବଗା ଥାନା ଅନ୍ତର୍ଗତ ଗୁମଲୋଇର ଏକ କ୍ରସରର ଅନତି ଦୂର ଜଙ୍ଗଲରେ ଥିବା ପଥରକ୍ୱାରୀ ପାଖ ଗାଡିଆରେ ଜନୈକ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ମୃତଦେହ ଗାଡିଆ ପାଣିରେ ଭାସମାନ ଅବସ୍ଥାରେ ଥିବା ସୂଚନା ପାଇ କତରବଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ପଞ୍ଚନାମା କଲା ପରେ ବ୍ୟବଚ୍ଛେଦ ପାଇଁ ପଠାଇଥିବା ପ୍ରକାଶ। ମୃତ ଯୁବକର ବୟସ ପ୍ରାୟ ୨୫ରୁ ୩୦ ବର୍ଷ ହେବ ବୋଲି ପୁଲିସ ଅନୁମାନ କରୁଛି। ଏହାବ୍ୟତୀତ ୧୦ ରୁ ୧୫ ଦିନ ତଳେ ଏହି ଅଜ୍ଞାତ ଯୁବକଙ୍କ ମୃତ୍ୟୁ ହୋଇଛିି ବୋଲି ପୁଲିସ ଅନୁମାନ କରୁଛି। ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଜାରି ରହିଛି ବୋଲି ଆଇଆଇସି ପ୍ରତାପ କୁମାର ରଣା କହିଛନ୍ତି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories