www.samajalive.in
Saturday, December 6, 2025
14.1 C
Bhubaneswar

ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ମୁଖୀଗୁଡା: ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଳ ସର୍ଗିଗୁଡା ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତିଙ୍କ ବୟସ ୫୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ରବିବାର ଦିନ ୧୧ଟା ବେଳେ ଜୟପାଟଣା ଥାନା ଅନ୍ତର୍ଗତ ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଳ ବାଞ୍ଜିବାହାଲ ନିକଟରେ ଏକ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଜୟପାଟଣା ପୁଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚିବା ବେଳକୁ ମୃତଦେହ ଭାସି ସର୍ଗିଗୁଡା ନିକଟରେ ପହଞ୍ଚିଥିଲା । ସେଠାରୁ ମୃତଦେହ କେନାଲରୁ ଉଦ୍ଧାର କରାଯାଇ ଜୟପାଟଣା ଡାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ଅଣାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ ଜଣା ପଡିନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories