www.samajalive.in
Friday, December 5, 2025
27.1 C
Bhubaneswar

ପୋଖରୀରୁ ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା କମର୍ଦ୍ଦା ଥାନା ବଡ ମନ୍ଦାରୁଣୀ ଗାଁରେ ଅଭାବନୀୟ ଘଟଣା ଘଟିଛି। ଚନ୍ଦନ ପୋଖରୀରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜାନକୀ ଗୋଚ୍ଛାୟତ ବୋଲି ଜଣାପଡିଛି। ଜାନକୀ ଦୁଇ ଦିନ ପୂର୍ବରୁ ଘରୁ କେଉଁଆଡେ ଯାଇ ଆଉ ଫେରିନଥିଲେ।  ପରିବାର ଲୋକ ବହୁ ଖୋଜାଖୋଜି କରି ନିରାଶ ହୋଇଥିଲେ। ଆଜି ସକାଳୁ କିଛି ଗ୍ରାମବାସୀ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଜାନକୀଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ। ପରେ ପରିବାର ଲୋକ ଏ ନେଇ କମର୍ଦ୍ଦା ଥାନା ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ଜାନକୀ ପୋଖରୀକୁ ଗାଧୋଇବାକୁ ଯାଇ ଗୋଡ ଖସିଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories