www.samajalive.in
Monday, December 8, 2025
24.1 C
Bhubaneswar

ବିବାହିତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଞ୍ଚଳ ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ଦେଉଳିଆ ପଶି ଜଙ୍ଗଲରୁ ଆଜି ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ସୁରେନ୍ଦ୍ର ପୁର ଗ୍ରାମର ସୁନାରାମ ମୁଣ୍ଡାଙ୍କ ପୁଅ ମାଧବ ମୁଣ୍ଡା(୨୭) ବୋଲି ଜଣାପଡିଛି। ସେ ଗତକାଲି ସନ୍ଧ୍ୟାରେ ଖଜିରାପାଟ ସାପ୍ତାହିକ ହାଟକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ଆଜି ପୂର୍ବାହ୍ନରେ ଦେଉଳିଆ ପଶି ଜଙ୍ଗଲରେ ମାଧବଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ତୁରୁମୁଙ୍ଗା ପୁଲିସକୁ ଖବର ଦେଇଥିଲେ। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ବେକରେ ଏକ କ୍ଷତ ଚିହ୍ନ ଥିବା ସହ ରକ୍ତ ବାହାରୁଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories