ବୌଦ୍ଧ: ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ରେଙ୍ଗାଲି ପଞ୍ଚାୟତ ସ୍ଥିତ କମଘାଟ ଗାଁର ତେଲ ନଦୀରୁ ଗୁରୁବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହଟି ଗୋଟିଏ କପଡ଼ାରେ ଗୁଡ଼ାଇ ହୋଇ ନଦୀରେ ଭାସୁଥିବା ଗ୍ରାମବାସୀମାନେ ଦେଖିବାକୁ ପାଇଥିଲେ। ଏହାପରେ ସେମାନେ କଣ୍ଟାମାଳ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ନଦୀରୁ ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
Popular Categories



