www.samajalive.in
Saturday, December 6, 2025
26.1 C
Bhubaneswar

ଜାତୀୟ ରାଜପଥ କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

ହରଭଙ୍ଗା : ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ପରୁଣାକଟକ ଥାନା ଅର୍ନ୍ତଗତ ସିଙ୍ଗାଡିବିଡା ଗାଁ ନିକଟସ୍ଥ ଖୋର୍ଦ୍ଧା-ବଲାଙ୍ଗୀର୫୭ନଂ ଜାତୀୟ ରାଜପଥକଡରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଶୁକ୍ରବାର ପୁରୁଣାକଟକ ପୁଲିସ ଉଦ୍ଧାର କରିଛି। ମୃତ  ଯୁବକ ଜଣଙ୍କ ହେଉଛନ୍ତି ତିଲେଶ୍ୱର ପଂଚାୟତ ବାଦିକଟା ଗ୍ରାମର ଅର୍ଜ୍ଜୁନ ପାତ୍ର (୩୫) ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି। ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଗତ ଗୁରୁବାର ଦିନ ତିଲେଶ୍ୱର ପଂଚାୟତ ବାଦିକଟା ଗ୍ରାମର ଅର୍ଜୁନ ପାତ୍ର(୩୫) ସଂର୍ପକୀୟ ଘରୁ ରାତିରେ ଫେରୁଥିବା ସମୟରେ କୌଣସି ଏକ ଗାଡି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ଅନ୍ୟପଟେ ମୃତ ଅର୍ଜୁନଙ୍କ ଭାଇ ଭୀମସେନଙ୍କ ଏତଲା ଆଧାରରେ ପୁରୁଣାକଟକ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ପୁଲିସ ଅର୍ଜୁନଙ୍କ ମୃତଦେହ ଘଟଣାସ୍ଥଳରୁ ଉଦ୍ଧାର ପରେ ବ୍ୟବଛେଦ ପାଇଁ ବୌଦ୍ଧ ମେଡିକାଲ ପଠାଇଥିବା ଜଣାପଡିଛି। ଏନେଇ ପୁରୁଣାକଟକ ପୁଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯିବା ସହିତ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ପୁରୁଣାକଟକ ଥାନା ଆଇ.ଆଇ.ସି ଜ୍ୟୋସ୍ନା କାଉଁରୀ ସୂଚନା ଦେଇଛନ୍ତି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories