www.samajalive.in
Monday, December 8, 2025
17.1 C
Bhubaneswar

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ରୋଡ଼ ପଞ୍ଚାୟତ କାକଭଟାଠାରେ ଜଣେ ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ। କାକଭଟା ଗାଁର ଦୈତାରୀ ଗଉଡ଼ଙ୍କ ସ୍ତ୍ରୀ ସବିତା ଦାସଙ୍କ ମୃତଦେହ ତାଙ୍କ ଘର ଓରାରେ ଝୁଲୁଥିବା ଦେଖି ଆଜି ପରିବାର ଲୋକେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ନର୍ଲା ଥାନାଧିକାରୀ ମମତା ପାଣିଗ୍ରାହୀଙ୍କ ନେତୃତ୍ୱରେ ପୁଲିସ ଟିମ ପହଂଚି ମୃତଦେହ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଥିଲେ। ଏହାସହିତ ଭବାନୀପାଟଣାରେ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଏ ନେଇ ନର୍ଲା ଥାନାରେ ଏକ ମାମଲା ରୁଜୁ କରି ଏସଆଇ ବିଳାସିନୀ ଭୋଇ ତଦନ୍ତ ଜାରି ରଖିଥିବା ଜଣାପଡିଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଜଣାପଡିବ ବୋଲି ପୁଲିସ କହିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories