www.samajalive.in
Friday, December 12, 2025
27.1 C
Bhubaneswar

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ମୁଖୀଗୁଡା: କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଜୟପାଟଣା ଗୀତା ଭବନ ଚିର୍କା ଯିବା କେନାଲ ରାସ୍ତାର ଏକ ଖଳା ପାଖରେ ଥିବା ପୋଖରୀରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ଯୁବକ ଜଣକ ଜୟପାଟଣା ଗାନ୍ଧିଗ୍ରାମ ପଡାର ପ୍ରମୋଦ ନାଏକ(୩୧)ବୋଲି ଜଣାପଡ଼ିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପ୍ରମୋଦ ରାତି ୮ଟା ସମୟରେ କେହି ଜଣେ ଫୋନ କରିବାରୁ ଘରୁ ବାହାରି ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନ ଥିଲେ। ସକାଳୁ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖାଯାଇଥିଲା। ପ୍ରମୋଦଙ୍କ ଦୁଇ ପୁଅ ଓ ସ୍ତ୍ରୀ ଥିବାବେଳେ ସେ ୱାଟର ସର୍ଭିସିଂ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। ବାନେର ଧନୁଯାତ୍ରାରେ ପ୍ରମୋଦଙ୍କ ସହ କିଛି ଲୋକ ଝଗଡା କରିଥିବାବେଳେ ସେହି ଘଟଣାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories