www.samajalive.in
Sunday, December 14, 2025
26.1 C
Bhubaneswar

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ମୁଖୀଗୁଡା: କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଜୟପାଟଣା ଗୀତା ଭବନ ଚିର୍କା ଯିବା କେନାଲ ରାସ୍ତାର ଏକ ଖଳା ପାଖରେ ଥିବା ପୋଖରୀରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି। ଯୁବକ ଜଣକ ଜୟପାଟଣା ଗାନ୍ଧିଗ୍ରାମ ପଡାର ପ୍ରମୋଦ ନାଏକ(୩୧)ବୋଲି ଜଣାପଡ଼ିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପ୍ରମୋଦ ରାତି ୮ଟା ସମୟରେ କେହି ଜଣେ ଫୋନ କରିବାରୁ ଘରୁ ବାହାରି ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନ ଥିଲେ। ସକାଳୁ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖାଯାଇଥିଲା। ପ୍ରମୋଦଙ୍କ ଦୁଇ ପୁଅ ଓ ସ୍ତ୍ରୀ ଥିବାବେଳେ ସେ ୱାଟର ସର୍ଭିସିଂ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। ବାନେର ଧନୁଯାତ୍ରାରେ ପ୍ରମୋଦଙ୍କ ସହ କିଛି ଲୋକ ଝଗଡା କରିଥିବାବେଳେ ସେହି ଘଟଣାକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories