www.samajalive.in
Sunday, December 7, 2025
23.1 C
Bhubaneswar

ଚିକିତ୍ସା ଅବହେଳାରୁ ଘରୋଇ ନର୍ସିଂହୋମରେ ପ୍ରସୂତି ମୃତ୍ୟୁ ଅଭିଯୋଗ

ଭଦ୍ରକ : ଘରୋଇ ନର୍ସିଂ ହୋମରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ନବଜାତ କନ୍ୟା ସୁରକ୍ଷିତ ରହିଥିବା ଜଣାପଡିଛି  । ଏନେଇ ମୃତକଙ୍କ ପରିବାର ଲୋକେ ଥାନାରେ ଏତଲା ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଭଦ୍ରକ ସହରର ଜିଲା ପୁଲିସ କାର୍ଯ୍ୟାଳୟ ନିକଟରେ ଥିବା ଏକ ଘରୋଇ ନର୍ସିଂହୋମ ନାମରେ ଅଭିଯୋଗ ଆସିଛି । ତିହିଡି ଥାନା କୋହ୍ଲ ଅଞ୍ଚଳର ଅର୍ଚ୍ଚନା ନାମକ ପ୍ରସୂତି ମହିଳାଙ୍କୁ ପ୍ରସବ ପାଇଁ ଏହି ଘରୋଇ ନର୍ସିଂହୋମରେ ଭର୍ତ୍ତି କରିଥିଲେ । ପ୍ରସବ ପରେ ମହିଳା ଜଣଙ୍କ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ । ପରେ ଅବସ୍ଥା ଶୋଚନୀୟ ହେବାରୁ ପରିବାର ଲୋକେ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର ପାଇଁ ଅନୁରୋଧ କରିଥିଲେ। ତେବେ ପରେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିଲା। ନବଜାତ ଶିଶୁ କନ୍ୟା ସୁସ୍ଥ ଥିବା ସୂଚନା ମିଳିଛି। ଚିକିତ୍ସାରେ ଅବହେଳା ହୋଇଥିବା ନେଇ ଭଦ୍ରକ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ଲୋକେ। ଘଟଣାକୁ ନେଇ ଟାଉନ ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories