www.samajalive.in
Saturday, December 6, 2025
23.1 C
Bhubaneswar

ମେସିନରେ ଚାପି ହୋଇ ଶିଶୁ ମୃତ

ଝାରସୁଗୁଡା : ମେସିନରେ ଚାପି ହୋଇ ୪ବର୍ଷ ଶିଶୁର ମୃତ୍ୟୁ ହୋଇଛି। ଏପରି ଘଟଣା ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ତିଲିଆ ପଂଚାୟତ ବରଙ୍ଗାମାଲ ଗ୍ରାମରେ ଘଟିଛି। ବରଙ୍ଗାମାଲ ଗ୍ରାମର କିଶୋର ଚନ୍ଦ୍ର ଭୋଇ ନିଜ ଖଳାରେ ସକାଳ ୭ଟାରେ ଥ୍ରେସର ମେସିନ ସାହାର୍ଯ୍ୟରେ ବେଙ୍ଗଳା ପକାଉଥିଲେ। ଏହି ସମୟରେ ତାଙ୍କ ପୁଅ ସୌମ୍ୟ ରଞ୍ଜନ ଭୋଇ (୪) ମେସିନ ପାଖକୁ ପଳାଇଥିଲେ। ମେସିନରେ ଚାପି ହୋଇଯିବା ଫଳରେ ସୌମ୍ୟ ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ବେଲପାହାଡସ୍ଥ ଟିଆରଏଲ୍‌ କ୍ରୋସାକି ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଏନେଇ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories