www.samajalive.in
Saturday, December 13, 2025
26.1 C
Bhubaneswar

ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ନାବାଳିକାର ମୃତ୍ୟୁ ଅଭିଯୋଗ

ଯାଜପୁର : ଯାଜପୁର ଜିଲା ମୁଖ୍ୟ ଡାକ୍ତରଖାନାରେ ଶନିବାର ଏକ ଅଘଟଣ ଘଟିଛି ।  ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ନାବାଳିକାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ ହରିପୁର ଗାଁର ନୀଳମଣି ବରାଳଙ୍କ ଝିଅ ପୂଜାରାଣୀ।

ସୂଚନା ଅନୁଯାୟୀ, ସେ ଆଜି ନିଜର ବାତ ରୋଗର ଚିକିତ୍ସା ପାଇଁ ଯାଜପୁର ମୁଖ୍ୟ ଡ଼ାକ୍ତର ଖାନାକୁ ଆସିଥିଲେ। ତାଙ୍କୁ ଦିଆଯାଇଥିବା ଇଞ୍ଜେକ୍ସନ ମାତ୍ରା ଅଧିକ ହୋଇଥିବାରୁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ୍ୟୁ ପରେ ଶବ ବ୍ୟବଚ୍ଛେଦ ନ କରି ତାଙ୍କୁ ଜୋର ଜବରଦସ୍ତ ଘରକୁ ପଠାଇଦେଇଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ଗ୍ରାମବାସୀ ଏହାର ତଦନ୍ତ କରି ଦୋଷୀଙ୍କ ଵିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବି କରି ଶବକୁ ଡାକ୍ତର ଖାନାକୁ ଆଣିଥିଲେ। ଅନ୍ୟପଟେ ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ଡାକ୍ତରଖାନା କର୍ତ୍ତୃପକ୍ଷ। ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୁଲିସ କହିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories