www.samajalive.in
Wednesday, December 10, 2025
15.1 C
Bhubaneswar

କାଳ ହେଲା ମଦ ନିଶା; ଦାନାଦାରକୁ ଚାଖଣା ଭାବି ଖାଇ ବୃଦ୍ଧଙ୍କ ମୃତ୍ୟୁ

ଫୁଲବାଣୀ : ମଦ ନିଶାରେ ଚାଖଣା ଭାବି ଦାନାଦାର ଖାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଏଭଳି ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀ ସଦରଥାନା ଅନ୍ତର୍ଗତ ଗଞ୍ଜୁଗୁଡା ପଂଚାୟତର କୁଶୁମବଟା ଗ୍ରାମରେ।
ଥାନାଧିକାରୀ ଆଦିତ୍ୟ ସେଠୀଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ରାତିରେ ଗ୍ରାମର ସୁବୁନା କହଁର(୬୦) ମଦ ନିଶାରେ ଜମିରେ ପକାଇବାକୁ ଥିବା ଦାନାଦାରକୁ ଚାଖଣା ଭାବି ଖାଇ ଦେଇଥିଲେ। ଏହା ପରେ ସେ ଗୁରୁତର ହେବାରୁ ଘର ଲୋକେ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ମୃତକଙ୍କ ପୁଅ ଜଗନ୍ନାଥ କହଁର ଥାନାରେ ଲିଖିତ ଅଭିଯୋଗ କରିବାପରେ ପୁଲିସ୍‍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଥାନାଧିକାରୀ ଶ୍ରୀ ସେଠୀ ସୂଚନା ଦେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories