www.samajalive.in
Monday, December 8, 2025
14.1 C
Bhubaneswar

ଦାଣ୍ଡମୁକୁନ୍ଦପୁରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ପାଳିତ

ପିପିଲି : ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ। ଏହି ଅବସରରେ ଅଗ୍ରଣୀ ନାଗରିକ ସଂଗଠନ “ଜନସ୍ୱାର୍ଥ ସୁରକ୍ଷା ସମିତି’ ପକ୍ଷରୁ ପିପିଲି ନିକଟବର୍ତ୍ତୀ ଦାଣ୍ଡମୁକୁନ୍ଦପୁର ଠାରେ ଶ୍ରାଦ୍ଧୋତ୍ସବ ପାଳିତ ହୋଇଛି। ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ପୂଣ୍ୟଶ୍ଲୋକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ । ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବିି ତଥା ସାମ୍ବାଦିକତା ଜଗତର ମଉଡମଣି । ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳର ମଣି ନଥିଲେ ବାସ୍ତବରେ ସେ ଥିଲେ ବିଶ୍ୱର ମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ । ତେଣୁ ବିଳମ୍ବରେ ହେଲେ ମଧ୍ୟ ତାଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ କରାଯିବାକୁ ଦାବି ହୋଇଛି । ଅନ୍ୟପଟେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ୧୯୧୯ ମସିହାରେ ପ୍ରତିଷ୍ଠିତ ଦାଣ୍ଡମୁକୁନ୍ଦପୁର ସ୍ଥିତ ଗୋପବନ୍ଧୁ ମେମୋରିଆଲ ହାଇସ୍କୁଲ ପରିସରରେ “ଜନସ୍ୱାର୍ଥ ସୁରକ୍ଷା ସମିତି’ ଓ ଗୋପବନ୍ଧୁପ୍ରେମୀଙ୍କ ଦ୍ୱାରା ଚାରା ରୋପଣ କରାଯାଇଥିଲା । ପରେ ସାମୁହିକ ସଫେଇ କରାଯିବା ପରେ ସେଠାରେ ଥିବା ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । “ଜନସ୍ୱାର୍ଥ ସୁରକ୍ଷା ସମିତି’ର ମୁଖ୍ୟସଂଯୋଜକ ତଥା ଶିକ୍ଷାବିତ୍‍ ସନ୍ତୋଷ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସ୍ମୃତି ସଭାରେ ସମାଜସେବୀ ରଣଜିତ ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ଗୋପବନ୍ଧୁଙ୍କ ସଂକ୍ଷିପ୍ତ ଜୀବନୀ ଉପରେ ଆଲୋକପାତ କରିଥିଲେ । ସରକାରଙ୍କ ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ମରଣୋତ୍ତର ଭାରତରତ୍ନ ପ୍ରଦାନ କରାଯିବା ସହ ତାଙ୍କ ଦ୍ୱାରା ରଚିତ କବିତା ଗୁଡିକୁ ବିଭିନ୍ନ ଭାଷାରେ ଭାଷାନ୍ତର କରାଯାଇ ସେସବୁକୁ କଣ୍ଠଶିଳ୍ପୀଙ୍କ ଦ୍ୱାରା ରେକଡିଂ କରାଇ ପ୍ରଚାର ଓ ପ୍ରସାର କରାଇବାକୁ ସନ୍ତୋଷ କୁମାର ମିଶ୍ର ଦାବି ରଖିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories