ପିସିସି ପକ୍ଷରୁ ପଣ୍ଡିତ ନେହେରୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ୱର :  ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କର ଶ୍ରାଦ୍ଧ ଦିବସ ଶନିବାର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ କଂଗ୍ରେସ ନେତୃବୃନ୍ଦ ମାଷ୍ଟର କ୍ୟାଣ୍ଟିନ ଛକ ନେହେରୁ ପାର୍କରେ ଥିବା ପଣ୍ଡିତ ନେହେରୁଙ୍କର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ଥିବା ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା।
ଏହି ଅବସରରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍ୱର୍ଗତ ନେହେରୁ ଭାରତର ସ୍ୱାଧୀନତା ଆନ୍ଦୋଳନରେ ନିଜକୁ ଉତ୍ସର୍ଗ କରି ଦେଇଥିଲେ। ପଣ୍ଡିତ ନେହେରୁ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଭାବରେ ଦାୟୀତ୍ୱ ନେଇ ଭାରତ କିପରି ଏକ ସ୍ୱାବଲମ୍ବୀ ରାଷ୍ଟ୍ର ହୋଇପାରିବ ସେ ଦିଗରେ  ବହୁ ପଦକ୍ଷେପ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବିଧାୟକ ସୁରେଶ କୁମାର ରାଉତରାୟ, କଂଗ୍ରେସ କର୍ମକର୍ତ୍ତା ଶିବାନନ୍ଦ ରାୟ, ଡ. ଲଲାଟେନ୍ଦୁ ମହାପାତ୍ର, ଚିତରଞ୍ଜନ ଷଡ଼ଙ୍ଗୀ, କିଶୋର ଜେନା, ଚିନ୍ମୟ ସୁନ୍ଦର ଦାସ, ମନୋରଞ୍ଜନ ଦାଶ, ରଜନୀ ମହାନ୍ତି, ମାନସ ଆଚାର୍ଯ୍ୟ, ପ୍ରକାଶ ମିଶ୍ର ପ୍ରମୁଖ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।

kalyan agarbati

Comments are closed.